ଭୁବନେଶ୍ଵର : କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିଚାଲିଛି । ଗତକାଲି ରାଜ୍ୟରେ ସର୍ବାଧିକ ୨୯ ଶହ ୨୪ ଜଣ ନୂଆ ଆକ୍ରନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ପୁଣି ୨୨୪୪ ଜଣ ଆକ୍ରାନ୍ତ ରାଜ୍ୟର ୨୯ଟି ଜିଲ୍ଲାରୁ ଠାବ ହୋଇଥିବା ନେଇ ରାଜ୍ୟ ସୂଚନା ଓ ଲୋକ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ରାଜ୍ୟରୁ ଆଜି ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣଙ୍କୁ ମିଶାଇ ରାଜ୍ୟର ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୫୩ରେ ପହଞ୍ଚିଛି।ଆଜି ମୃତ୍ୟୁ ବରଣ କରିଥିବା ୧୦ ଜଣ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ରହିଥିବା ବେଳେ ଗଞ୍ଜାମ, ବରଗଡ, କଟକ, ପୁରୀ, ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି।