ନୂଆଦିଲ୍ଲୀ : ଦେଶରେ ୫୦ ହଜାର ଟପିଛି କରୋନା ମୃତ୍ୟୁସଂଖ୍ୟା । ଗତ ୨୪ ଘଣ୍ଟାରେ ଆଉ ୯୪୧ କରୋନାରେ ମୃତ୍ୟୁଘଟିଛି । ମୃତ୍ୟୁସଂଖ୍ୟା ୫୦ ହଜାର ୯୨୧କୁ ବୃଦ୍ଧି ପାଇଥିବାବେଳେ । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୭ ହଜାର ୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ଫଳରେ ଦେଶର ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬ ଲକ୍ଷ ୪୭ ହଜାର ୬୬୪ ରହିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଦେଶରୁ ୨୬ ଲକ୍ଷ ୪୭ ହଜାର ୬୬୪ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୯ ଲକ୍ଷ ୧୯ ହଜାର ୮୪୩ ଜଣ ଚିକିିତ୍ସାପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ୫୦ ହଜାର ୯୨୧ ଜଣଙ୍କର ମୃତ୍ୟୁ ହୋଇଛି,ସେହିପରି ବର୍ତ୍ତମାନ ସୁଦ୍ଧା ୬ ଲକ୍ଷ ୭୬ ହଜାର ୯୦୦ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ଗତକାଲି ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଥିବା ବେଳେ ଆଜି ଏହି ସଂଖ୍ୟା କମ ରହିଛି। ଗତକାଲିଠାରୁ ଆଜି ମୃତ୍ୟୁ ସଂଖ୍ୟା ଏବେ ଆକ୍ରାନ୍ତଙ୍କ ସଂଖ୍ୟା କମ ରହିଛି।