ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରରନ୍ତଙ୍କ ମୃତ୍ୟୁ ହୋଇଛି । ମୃତକ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି ହୋଇଥିବା ବେଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ମୃତ ବ୍ୟକ୍ତି ଜଣକ ମଧୁମେହ ଓ ଅନ୍ୟ ରୋଗରେ ପୀଡିତ ଥିଲେ ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ମହାମାରୀରେ ୮ ଜଣଙ୍କର ମୃତ୍ୟୁ ହୋଇଛି ।