ରାଜ୍ୟରେ ଆଉ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ : ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୬୦୪କୁ ବୃଦ୍ଧି

14

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରୁ ଶୁକ୍ରବାର ଆଉ ୧୨୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ୧୬୦୪ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ୧୨୩ ଜଣଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୩୫, କଟକରୁ ୨୨, ନୂଆପଡା ଓ ବଲାଙ୍ଗୀରରୁ ୧୪ ଜଣ ଲେଖାଏଁ, ଖୋର୍ଦ୍ଧାରୁ ୧୦, କନ୍ଧମାଳରୁ ୭​‌, କୋରାପୁଟରୁ ୫ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସେହିପରି କେନ୍ଦ୍ରାପଡାରୁ ୪ ଜଣ, ବାଲେଶ୍ବର, ଢେଙ୍କାନାଳ ଏବଂ ନୟାଗଡରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଛନ୍ତି। ଅନ୍ୟପକ୍ଷରେ ଅନୁଗୋଳ, ମୟୁରଭଞ୍ଜ, ଏବଂ ସୁନ୍ଦରଗଡରୁ ଜଣେ ଲେଖାଏଁ  କରୋନାଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More