ରାଜ୍ୟରେ ସୁସ୍ଥ ହେଲେ ଆଉ ୧୪୦ କରୋନା ଆକ୍ରାନ୍ତ, ମୋଟ ସୁସ୍ଥଙ୍କ ସଂଖ୍ୟା ୨୧୩୩କୁ ବୃଦ୍ଧି

14

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ମଙ୍ଗଳବାର ଆଉ ୧୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୨୧୩୩ରେ ପହଞ୍ଚିଛି । ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ମୋଟ ୧ଲକ୍ଷ ୮୨ ହଜାର ୩୮୪  ନମୁନା ପରିକ୍ଷଣ ହୋଇଥିବା ବେଳେ ୩ ହଜାର ୧୪୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ  ୨୧୩୩ ଜଣ ସୁସ୍ଥ ହୋଇଥିବା ବେଳେ ୯ ଜଣ କରୋନାରେ ପ୍ରାଣ ହରାଇଛନ୍ତି ଏବଂ ଦୁଇ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗ କାରଣରୁ ମୃତ୍ୟୁ ହୋଇଛି । ସେହିପରି ବର୍ତ୍ତମାନ ୯୯୬ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚକିତ୍ସିତ ହେଉଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More