ରାଜ୍ୟରେ ୨୨୫ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩କୁ ବୃଦ୍ଧି

22

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରେ ରେକର୍ଡ ଭାଙ୍ଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଶନିବାର ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ ୨୨୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୨୨୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୬ ଜଣ କ୍ବାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯ ଜଣ ସ୍ଥାନୀୟ ଅଞ୍ଚଳରୁ ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୩୭୨୩ ଜଣ କରୋନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୭୪ ଜଣ ସୁସ୍ଥ ହୋଇଥିବା ବେଳେ ୧୦ ଜଣଙ୍କର କରୋନାରେ ମୃତ୍ୟୁ ହୋଇଛି ଏବଂ ୩ ଜଣ କରୋନା ଆକ୍ରାନ୍ତଙ୍କ ଅନ୍ୟ ରୋଗଯୋଗୁ ମୃତ୍ୟୁ ହୋଇଛି । 

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More