ପୁରୀ ବାଟମଙ୍ଗଳା ନିକଟରେ ସିରିଜ୍ ଦୁର୍ଘଟଣା, ଟାଟା ଏସି ମାଡ଼ି ଯିବାରୁ ୬ଜଣ ବ୍ୟକ୍ତି ଗୁରୁତର

63

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ପୁରୀ ବାଟମଙ୍ଗଳା ନିକଟରେ ସିରିଜ୍ ଦୁର୍ଘଟଣା। ଟାଟା ଏସି ମାଡ଼ି ଯିବାରୁ ୬ଜଣ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତର ହୋଇଥିବା ବ୍ୟକ୍ତିମାନଙ୍କ ପରିଚୟ ମିଳିନଥିବା ବେଳେ ଖବର ପାଇ ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁର୍ଘଟଣା ଘଟାଇଥିବା ଟାଟା ଏସି କୁ ପୋଲିସ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଥିବା ସୂଚନା ମିଳିଛି। ତେବେ ଟାଟା ଏସି ଡ୍ରାଇଭର ମଦ୍ୟପାନ କରି ଦ୍ରୁତ ଗତିରେ ଗାଡ଼ି ଚଳାଉଥିବା ଯୋଗୁ ଏଭଳି ସିରିଜ୍ ଦୁର୍ଘଟଣା ଘଟିଥିବା ଜଣାପଡିଛି। ଗୁରୁତରଙ୍କ ମଧ୍ୟରେ ଜଣେ ମହିଳା ଓ ୬ ଜଣ ପୁରୁଷ ବ୍ୟକ୍ତି ଥିବାବେଳେ ସେମାନଙ୍କ ଶରୀରର ବିଭିନ୍ନ ସ୍ଥାନରେ ଗଭୀର ଆଘାତ ଲାଗିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More