ନୂଆଦିଲ୍ଲୀ ( ଏଜେନ୍ସି ) : ଆଗାମୀ ୧୫ ଦିନ ମଧ୍ୟରେ ସମସ୍ତ ପ୍ରବାସୀଙ୍କୁ ସେମାନଙ୍କ ଘରେ ପହଞ୍ଚାଇବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି। କେନ୍ଦ୍ର ଏବଂ ରାଜ୍ୟ ସରକାରମାନେ ପ୍ରବାସୀଙ୍କ ତାଲିକା ପ୍ରସ୍ତୁତ କରି ଏ ଦିଗରେ ପଦକ୍ଷେପ ନେବାକୁ ସର୍ବୋଚ୍ଚ ନ୍ୟାୟାଳୟ ଆଦେଶ ଦେଇଛନ୍ତି। ଏହା ସହିତ ବିପର୍ଯ୍ୟୟ ପରିଚାଳନା ଅଧିନିୟମ ୨୦୦୫ ଅଧୀନରେ ପ୍ରବାସୀମାନଙ୍କ ବିରୋଧରେ ଲକଡାଉନ ନିୟମ ଉଲ୍ଲଂଘନ ନେଇ ରୁଜୁ ହୋଇଥିବା ସବୁ ମାମଲାକୁ ପ୍ରତ୍ୟାହାର କରିବା ପାଇଁ ମଧ୍ୟ ସୁପ୍ରିମକୋର୍ଟ କହିଛନ୍ତି।