ନୂଆଦିଲ୍ଲୀ ( ଏଜେନ୍ସି ) : ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କର ପୁଣ୍ୟତିଥି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ଟ୍ୱିଟ କରି ଲେଖିଛନ୍ତି ଦେଶର ପ୍ରଗତି ଦିଗରେ ଅଟଳ ବିହାରୀ ବାଜପେୟୀଙ୍କ ଅତୁଳନୀୟ ଅବଦାନ ସର୍ବଦା ସ୍ମରଣୀୟ। ଆଜି ଅଟଳଙ୍କର ୨ୟ ପୁଣ୍ୟତିଥି। ୨୦୧୮ ମସିହାରେ ଦିଲ୍ଲୀର ଏମ୍ସରେ ତାଙ୍କର ମୃତ୍ୟୁ ହୋଇଥିଲା।