ଚେନ୍ନଇ ( ଏଜେନ୍ସି ) : କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାର ସୋମବାର ୩୦ ଏପ୍ରିଲ ପର୍ଯ୍ୟନ୍ତ ତାଲା ବନ୍ଦ ଅବଧିକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ତାମିଲନାଡୁର ମୁଖ୍ୟମନ୍ତ୍ରୀ କେ ପଲାନିସ୍ୱାମୀ ସୋମବାର ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ, ରାଜ୍ୟରେ ଲକଡ଼ାଉନ୍ ଅବଧି ୩୦ ଏପ୍ରିଲ୍ ପର୍ୟ୍ୟନ୍ତ ବୃଦ୍ଧି କରାଯାଇଛି। ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ପରାମର୍ଶ ପରେ ଏହି ନିଷ୍ପତ୍ତି ନିଆଯାଇଛି।