ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ଭୂତାଣୁ କାୟା ବିସ୍ତାର କରିଚାଲିଛି। ଏହା ହ୍ରାସ ପାଇବାର ନାଁ ଧରୁନାହିଁ। ଦୈନିକ ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୪ ହଜାର ୫୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ଲକ୍ଷ ୬୧ ହଜାର ୧୯୦ରେ ପହଞ୍ଚିଛି। ସେହିପରି ଗୋଟିଏ ଦିନରେ ୧୦୦୭ ରୋଗୀ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୪୮ ହଜାର ୪୦ କୁ ବୃଦ୍ଧି ପାଇଛି।