ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଚାଲିଛି । ରବିବାର ସକାଳ ସୁଦ୍ଧା ଏହା ୧,୩୧,୮୬୮ରେ ପହଞ୍ଚିଛି । ୫୪,୪୪୧ ଜଣ ସୁସ୍ଥ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ୩୮୬୭କୁ ବୃଦ୍ଧି ପାଇଛି । ଦେଶରେ ବର୍ତ୍ତମାନ ୭୩,୫୬୦ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ମହାରାଷ୍ଟ୍ରରେ ସର୍ବାଧିକ ୧୫୭୭ ଜଣଙ୍କର ମୃତ୍ୟୁ ଘଟିଛି ।