କୋଭିଡ ହସ୍ପିଟାଲ ଅଗ୍ନିକାଣ୍ଡ; ୮ ମୃତ

14

Get real time updates directly on you device, subscribe now.

ଗୁଜରାଟ ( ଏଜେନ୍ସି ) : ଗୁଜରାଟର ଅହମ୍ମଦାବାଦରେ ଥିବା ଏକ କୋଭିଡ ହସ୍ପିଟାଲରେ ଆଜି ଅଗ୍ନିକାଣ୍ଡ ଘଟି ୮ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ମୃତକଙ୍କ ପରିବାର ପାଇଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କୁ ୫୦ ହଜାର ଟଙ୍କାର ସହାୟତା ପ୍ରଦାନ ଲାଗି ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟ୍ବିଟ୍‌ ଯୋଗେ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଉକ୍ତ କୋଭିଡ ହସ୍ପିଟାଲରେ ୪୯ ଜଣ ରୋଗୀ ଚିକିତ୍ସିତ ହେଉଥିଲେ। ଆଜି ଭୋର ସମୟରେ ହଠାତ ଆଇସିୟୁରେ ନିଆଁ ଲାଗିଯାଇଥିଲା। ପରେ ଏହା ପୂରା ହସ୍ପିଟାଲକୁ ବ୍ୟାପିଯାଇଥିଲା। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ୪୧ ଜଣଙ୍କୁ ଉଦ୍ଧାର କରିଥିଲା। ଅନ୍ୟ ୮ ରୋଗୀ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More