ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ କୋଭିଡ୍-୧୯ ଆରୋଗ୍ୟ ହାର ଶତକଡ଼ା ୨୩ .୦୩ ଭାଗକୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୭ହଜାର ୨୭ ଜଣ ସଂକ୍ରମିତ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୬୮୪ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।