ନୂଆଦିଲ୍ଲୀ ( ଏଜେନ୍ସି ) : ପୁଣି ଦିଲ୍ଲୀରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା ୨.୨ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଉତ୍ତର ଦିଲ୍ଲୀର ପିତମ୍ପୁରା ବୋଲି ସୂଚନା ମିଳିଛି।ସୂଚନା ଅନୁସାରେ, ଆଜି ଦିନ ୧୧ଟା ୧୮ମିନିଟ୍ରେ ଏହି ମୃଦୁ ଭୂକମ୍ପର ଝଟ୍କା ଅନୁଭୂତ ହୋଇଛି। ମେ’୧୦ରେ ଦିଲ୍ଲୀ-ଏନ୍ସିଆର୍ର କିଛି ଅଞ୍ଚଳରେ ଭୂକମ୍ପର ଝଟ୍କା ଅନୁଭୂତ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୪ ଥିଲା ।