ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ ଭୟଙ୍କର ହେଉଛି କରୋନା। ଦିନକୁ ଦିନ ଦେଶରେ କରୋନା ସ୍ଥିତି ଗମ୍ଭୀର ହେଉଛି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି। ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୯ ଲକ୍ଷ ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୨୩ ହଜାର ୭୨୭ ଛୁଇଁଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।