ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ସଂକ୍ରମଣ ଚିନ୍ତା ବଢ଼ାଇଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଉଦ୍ବେଗର ବିଷୟ ପାଲଟିଛି। ଗତ ୨୪ ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ରୋଗୀ ଚିହ୍ନଟ ହୋଇଥିବାବେଳେ ମୃତ୍ୟୁ ସଂଖ୍ୟା ବି ପୂର୍ବ ତୁଳନାରେ ଯଥେଷ୍ଟ ଅଧିକ ରହିଛି। ଦିନକରେ ସର୍ବାଧିକ ୪୫ ହଜାର ୭୨୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ସହିତ ୧୧୨୯ ଜଣ ପ୍ରାଣ ହରାଇଛନ୍ତି।