ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ ଲକହାଉନ ଅବଧିକୁ ଆଉ ୨ସପ୍ତାହ ବୃଦ୍ଧି କରାଯାଇଛି । ବିଭିନ୍ନ ରାଜ୍ୟର ସ୍ଥିତି ସମୀକ୍ଷା କରିବା ପରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏଭଳି ନିଷ୍ପତି ନିଆଯାଇଛି । ତେଣୁ ମେ’ ୪ ତାରିଖରୁ ଆଉ ଦୁଇ ସପ୍ତାହ ଲକ୍ଡାଉନ୍ ଜାରି ରହିବା ନେଇ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଟୁଇଟ ମାଧ୍ୟମରେ ସୂଚନା ଦିଆଯାଇଛି ।