ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୧୭ ହଜାର ୨୬୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୪ ହଜାର ୧୭୫ ଜଣ ଏବେ ଚିକିତ୍ସାଧୀନ ଥିବାବେଳେ ୨୫୪୬ ଜଣ ସୁସ୍ଥ ହୋଇଛନ୍ତି। ମୋଟ ୫୪୩ ଜଣଙ୍କର ମୃତ୍ୟୁ ଘଟିଛି। ସୋମବାର ସକାଳ ୮ଟା ସୁଦ୍ଧା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାର ୱେବସାଇଟ୍ରେ ଏହି ତଥ୍ୟ ଦର୍ଶାଯାଇଛି।