ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୧୮ ହଜାର ଟପିଛି। ଗତ ୨୪ ଘଣ୍ଟାରେ ୩୭୯ ରୋଗୀ ପ୍ରାଣ ହରାଇଥିବାବେଳେ ଶୁକ୍ରବାର ସୁଦ୍ଧା ଦେଶରେ ମୋଟ ୧୮ ହଜାର ୨୧୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗୋଟିଏ ଦିନରେ ସର୍ବାଧିକ ୨୦ ହଜାର ୯୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୨୫ ହଜାର ୫୪୪କୁ ବୃଦ୍ଧି ପାଇଛି। ବର୍ତ୍ତମାନ ୨ ଲକ୍ଷ ୨୭ ଜହାର ୪୩୯ ଜଣ ସକ୍ରିୟ ରୋଗୀ ଥିବାବେଳେ ୩ ଲକ୍ଷ ୭୯ ହଜାର ୮୯୨ ଜଣ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।