ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଇବାରେ ଲାଗିଛି। ଅନ୍ୟ ପକ୍ଷରେ ଦେଶରେ ଆରୋଗ୍ୟଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୪,୪୪୨ ନୂଆ ଆକ୍ରାନ୍ତ ଚିହ୍ନଟ ସହ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୬,୨୩,୮୧୬ରେ ପହଞ୍ଚିଛି। ସେହିପରି ଦେଶରେ ୯,୩୪,୪୨୭ ସକ୍ରିୟ କରୋନା ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ଥିବାବେଳେ, ୫୫,୮୬,୭୦୩ କରୋନା ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି।