ଦେଶରେ ୨୪ ଘଣ୍ଟାରେ ୪,୨୧୩ଜଣ ନୂଆ ସଂକ୍ରମିତ ; ଆରୋଗ୍ୟ ହାର ୩୧.୧୫%କୁ ବୃଦ୍ଧି

36

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ କରୋନା ଭୂତାଣୁ ସଂକ୍ରମଣରୁ ଆରୋଗ୍ୟ ଲାଭ କରୁଥିବା ଲୋକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ କୋଭିଡ୍‍-୧୯ ଆରୋଗ୍ୟ ହାର ୩୧.୧୫%କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ଭିତରେ ୪ ହଜାର ୨୧୩ଜଣ ନୂଆ ଲୋକ ଭୂତାଣୁରେ ସଂକ୍ରମିତ ହୋଇଥିବାର ଜଣାପଡ଼ିଥିବାବେଳେ ମୋଟ୍‍ ସଂକ୍ରମିତଙ୍କ ସଂଖ୍ୟା ୬୭ହଜାର ୧୫୨ରେ ପହଞ୍ଚିଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ ଅଗ୍ରୱାଲ କହିଛନ୍ତି ଏପର୍ଯ୍ୟନ୍ତ ୨୦ ହଜାର ୯୧୬ ଜଣ ସଂକ୍ରମିତ ଆରୋଗ୍ୟ ଲାଭ କରିସାରିଛନ୍ତି । ଗତ ୨୪ ଘଣ୍ଟା ଭିତରେ ଆଉ ୯୭ ଜଣ ଲୋକ ମୃତ୍ୟୁବରଣ କରିବା ସହ  ମୋଟ ସହ ମୃତ୍ୟୁସଂଖ୍ୟା ୨୨୦୬ରେ ପହଞ୍ଚିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More