ଦେଶରେ ୨୪ ଘଣ୍ଟାରେ ୬୦୮୮ ନୂଆ କାରୋନା ସଂକ୍ରମିତ ଚିହ୍ନଟ , ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୧୮ ହଜାର ୪୪୭କୁ ବୃଦ୍ଧି
ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ଭୂତାଣୁ ଦିନକୁ ଦିନ ଚିନ୍ତା ବଢ଼ାଉଛି। ପ୍ରତିଦିନ ୫ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ପ୍ରଥମ ଥର ପାଇଁ ସଂକ୍ରମିତଙ୍କ ଦିନକରେ ୬ ହଜାର ପାର୍ ହୋଇଛି। ଗତ ୨୪ ଘଣ୍ଟାରେ ଦେଶରେ ୬୦୮୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୪୮ ଜଣଙ୍କର ମୃତ୍ୟୁ ଘଟିଛି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୧୮ ହଜାର ୪୪୭କୁ ବୃଦ୍ଧି ପାଇଛି। ସେହିପରି ମୃତକଙ୍କ ସଂଖ୍ୟା ୩୫୮୩ରେ ପଞ୍ଚିଛି। ବର୍ତ୍ତମାନ ସୁଦ୍ଧା ୪୮ ହଜାର ୫୩୪ ଜଣ ସୁସ୍ଥ ହୋଇଥିବାବେଳେ ୬୬ ହଜାର ୩୩୦ ଜଣ ଚିକିତ୍ସାଧୀନ ଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି।