ଦେଶରେ ୫୦ ହଜାର ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା, ୧୭୮୩ ମୃତ

12

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ଭୂତାଣୁ ଦ୍ବାରା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଅତିକ୍ରମ କରିଛି। ଗୁରୁବାର ସକାଳ ୮ଟା ସୁଦ୍ଧା ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୫୨ ହଜାର ୯୫୨ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୧୭୮୩କୁ ବୃଦ୍ଧି ପାଇଛି। ବର୍ତ୍ତମାନ ୩୫ ହଜାର ୯୦୨ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଥିବାବେଳେ ୧୫ ହଜାର ୨୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାର ୱେବସାଇଟ୍‌ରେ ଦର୍ଶାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୯ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩୫୬୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More