ନୂଆଦିଲ୍ଲୀ ( ଏଜେନ୍ସି ) : ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ବିରୋଧରେ ଥାନାରେ ଏତଲା ଦାଏର କରିଛି ଯୁବ କଂଗ୍ରେସ । ଦେଶର ଦୁଇ ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ଓ ଅରୁଚିକର ଟ୍ବିଟ କରିବା ଏବଂ ମନ୍ତବ୍ୟ ଦେବା ଅଭିଯୋଗରେ ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ବିରୋଧରେ ଯୁବ କଂଗ୍ରେସ ପକ୍ଷରୁ ଥାନାରେ କରାଯାଇଛି । ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ତାଙ୍କ ଟ୍ବିଟର ଆକାଉଣ୍ଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଏବଂ ରାଜୀବ ଗାନ୍ଧୀଙ୍କ ଫଟୋ ଅପଲୋଡ କରି ବିବାଦୀୟ ମନ୍ତବ୍ୟ ଦେଇଛନ୍ତି ବୋଲି କଂଗ୍ରେସ ଅଭିଯୋଗ କରିଛି ।