ଭାରତରେ କରୋନା ଆତଙ୍କ : ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ୮୬ ହଜାର ୫୭୯କୁ ବୃଦ୍ଧି, ୮୧୦୨ ମୃତ

12

Get real time updates directly on you device, subscribe now.

ନୂଆଦିଲ୍ଲୀ ( ଏଜେନ୍ସି ) : ଭାରତରେ କରୋନା ଭୂତାଣୁ ଜନିତ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ସକାଳ ସାଢ଼େ ୯ଟା ସୁଦ୍ଧା​‌ ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୬ ହଜାର ୫୭୯ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା ୮୧୦୨କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୧ ଲକ୍ଷ ୪୧ ହଜାର ୨୮ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୧ଲକ୍ଷ ୩୭ ହଜାର ୪୪୮ ଜଣ ଏବେ ଚିକିତ୍ସାଧୀନ ଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହାର ୱେବସାଇଟ୍‌ରେ ଦର୍ଶାଯାଇଛି। ତେବେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟାରେ ନିୟମିତ ବୃଦ୍ଧି ଘଟି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୯୯୬ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୩୫୭ ଜଣଙ୍କର ମୃତ୍ୟୁ ଘଟିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More