ନୂଆଦିଲ୍ଲୀ ( ଏଜେନ୍ସି ) : ଦେଶରେ କରୋନା ଭାଇରସ୍ ରୋଗୀ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କରୋନା ରୋଗୀଙ୍କ ସଂଖ୍ୟା ଏତେ ମାତ୍ରାରେ ବୃଦ୍ଧି ପାଇଛି ଯେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ପାଞ୍ଚ ଲକ୍ଷରୁ ଅଧିକ ହୋଇଛି। ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ୧.୫ ଲକ୍ଷରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ସୂଚନା ମିଳିଛି।