ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

59

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ଦେଶରେ ସବୁ ପର୍ଯ୍ୟାୟର ନିର୍ବାଚନ ଶେଷ ହୋଇଛି । ତେବେ ଏହି ଅବସରରେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତାଙ୍କ ସହ ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ମଧ୍ୟ ଶ୍ରୀ ମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।ସନ୍ଧ୍ୟାରେ ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିର ଯାଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମେ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ସହ ଆଶିଷ ଲାଭ କରିଥିଲେ। ପରେ ମା ବିମଳା, ଲକ୍ଷ୍ମୀ ଓ ଅନ୍ୟାନ୍ୟ ପାର୍ଶ୍ଵ ଦେବଦେବୀଙ୍କ ଦର୍ଶନ କରିଥିଲେ। କେନ୍ଦ୍ରମନ୍ତ୍ରୀଙ୍କ ସହ ବରିଷ୍ଠ ବିଜେପି ନେତା ସମୀର ମହାନ୍ତି, ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର, ବିଧାୟକ ଜୟନ୍ତ କୁମାର ଷଡଙ୍ଗୀ, ପୁରୀ ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକ ଓ ବ୍ରହ୍ମଗିରି ବିଧାୟକଙ୍କ ସହ ବରିଷ୍ଠ ନେତା ଓ କର୍ମୀମାନେ ଉପସ୍ଥିତ ଥିଲେ। ତେବେ ଦର୍ଶନ ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ନିର୍ବାଚନ ପୂର୍ବରୁ ମହାପ୍ରଭୁଙ୍କ ଦର୍ଶନ କରିବା ପାଇଁ ଆସିଥିଲି। ଆଜି ନିର୍ବାଚନର ଶେଷ ଦିନରେ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିବାର ସୌଭାଗ୍ୟ ପାଇଥିବାରୁ ନିଜକୁ ଧନ୍ୟ ମନେ କରୁଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ। ମହାପ୍ରଭୁଙ୍କ ଆଶୀର୍ବାଦରୁ ଏଥର ନିର୍ବାଚନରେ ଓଡ଼ିଶାରେ ବିଜେପି ସରକାର ଗଠନ କରିବ। ଜନସାଧାରଣଙ୍କ ଭଲ ପାଇବା ଓ ଆଶୀର୍ବାଦରୁ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ତେବେ ଭଉଁରୀ ଉତ୍ସବ ଦିନ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣରେ ପ୍ରାଣ ହରାଇଥିବା ବ୍ୟକ୍ତି ବିଶେଷଙ୍କ ଆତ୍ମାର ସଦଗତି କାମନା ସହ ଚିକିତ୍ସିତ ହେଉଥିବା ବ୍ୟକ୍ତି ମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ଧର୍ମେନ୍ଦ୍ର। ଦର୍ଶନ ପରେ କେନ୍ଦ୍ରମନ୍ତ୍ରୀ ସିଧାସଳଖ ନରେନ୍ଦ୍ର ପୁଷ୍କରିଣୀର ହୋଇଥିବା ବାଣ ବିସ୍ଫୋରଣ ସ୍ଥଳକୁ ଯାଇ ଲୋକଙ୍କ ସହ ଆଲୋଚନା କରିଥିଲେ। ବାଣ ବିସ୍ଫୋରଣରେ ପ୍ରାଣ ହରାଇଥିବା ପରିବାର ବର୍ଗଙ୍କୁ ଭେଟିବା ସହ ଗଭୀର ସମବେଦନା ମଧ୍ୟ ଜଣାଇଥିଲେ। ଏଭଳି ଘଟଣା ଆମ ସମସ୍ତଙ୍କୁ ସ୍ତବ୍ଧ ଓ ମର୍ମାହତ କରିଦେଇଛି। ପରିବାର ଭିତରେ କିଏ ସ୍ବାମୀକୁ ହରାଇଛି ତ କିଏ ପୁଅ ଓ ଛୋଟ ଶିଶୁଙ୍କୁ ହରାଇଛି। ଏଭଳି କଠିନ ସମୟରେ ମୃତକଙ୍କ ପରିବାର ଲୋକଙ୍କୁ ମହାପ୍ରଭୁ ଧୈର୍ଯ୍ୟ ଓ ଶକ୍ତି ଦିଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି ଧର୍ମେନ୍ଦ୍ର। ଗତ ୨୯ ତାରିଖ ଭଉଁରୀ ଉତ୍ସବ ଦିନ ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟିଥିବା ବେଳେ ବର୍ତ୍ତମାନ ସୁଦ୍ଧା ୯ ଜଣଙ୍କ ମୃତ୍ୟୁ ଘଟିଛି। ଅନେକ ଲୋକ ଗୁରୁତର ହୋଇ ଭୁବନେଶ୍ଵର ଓ କଟକ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନରେନ୍ଦ୍ର ପୁଷ୍କରିଣୀରେ ବାଣ ବିସ୍ଫୋରଣ ଘଟଣାକୁ ଚାରିଦିନ ବିତିବାକୁ ବସିଥିଲେ ମଧ୍ୟ ଏବେବି ପୁରୀ ସହରରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ଏଭଳି ଲୋମ ଟାଙ୍କୁରା ଘଟଣା କେବେ କାହା ସହ ନଘଟୁ ବୋଲି ମହାପ୍ରଭୁଙ୍କ ପାଖରେ ପ୍ରାର୍ଥନା କରିଛନ୍ତି କେନ୍ଦ୍ରମନ୍ତ୍ରୀ। ତେବେ ଶ୍ରୀ ମନ୍ଦିର ପରିକ୍ରମା ମାର୍ଗ ଓ ପୁରୀ କୁ ବିଶ୍ଵ ଐତିହ ସହର କରିବା ପାଇଁ ରାଜ୍ୟ ସରକାର ହଜାର ହଜାର କୋଟି ଟଙ୍କା ଖର୍ଚ୍ଚ କରିଥିବା ପ୍ରଚାର କରୁଥିବା ବେଳେ ପୁରୀ ମେଡ଼ିକାଲ ରେ ସାମାନ୍ୟ ବର୍ଣ୍ଣ ୟୁନିଟ ନ ରହିବା କୁ ନେଇ ରାଜ୍ୟ ସରକାର ଙ୍କୁ କଡ଼ା ସମାଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଚନ୍ତି ବିଜେଡି ରେ କିଛି ବାହାପିଆ ଅଛନ୍ତି। କେବଳ ପ୍ରଚାର କରି ନିଜକୁ ପ୍ରଶଂସା କରୁଛନ୍ତି। ହେଲେ ପୁରୀରେ ବାଣ ବିସ୍ଫୋରଣ ଘଟଣା ପୁରୀ ଭଳି ବିଶ୍ଵ ସ୍ତରୀୟ ସହର ରେ କିଭଳି ଚିକିତ୍ସା ସେବା ବିପର୍ଯ୍ୟସ୍ତ ହୋଇ ପଡ଼ିଚି ତାହା ପୋଲ ଖୋଲି ଦେଇଛି। କେବଳ ପୁରୀ ନୁହେଁ ସାରା ଓଡ଼ିଶା ରେ ସ୍ବାସ୍ଥ୍ୟ ସେବା ସମ୍ପୂର୍ଣ ଭୁଷୁଡି ପଡିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More