ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ। ସନ୍ଧ୍ୟା ୫ଟାରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହେବ। ତେବେ ଏହି ବୈଠକରେ କରୋନା ସ୍ଥିତିକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୌଣସି ବଡ଼ ନିଷ୍ପତ୍ତି ନେଇପାରନ୍ତି ବୋଲି ଅନୁମାନ କରାଯାଉଛି।