ଭୁବନେଶ୍ୱର(ସଂଘର୍ଷ ମିଡିଆ ) : ପୂର୍ବତନ ମନ୍ତ୍ରୀ ବିଜୟଶ୍ରୀ ରାଉତରାୟଙ୍କ ପରଲୋକ ଘଟିଛି। ୬୮ ବର୍ଷ ବୟସରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି। କରୋନାରୁ ସୁସ୍ଥ ହେବା ପରେ କରୋନା ପରବର୍ତି ଜଟିଳତା ନେଇ ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ସେ ଚିକିତ୍ସାଧୀନ ଥିଲେ। ତାଙ୍କ ବିୟୋଗରେ ରାଜ୍ୟ ରାଜନୀତିରେ ଶୋକର ଛାୟା ଖେଳିଯାଇଛି।