ଜଗତସିଂହପୁର(ସଂଘର୍ଷ ମିଡିଆ ) :-ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ଅଧିନ ଜଗନ୍ନାଥପୁର ଗ୍ରାମରେ ଗତ ଶୁକ୍ରବାର ରାତିରେ ଏକ ବିବାହ ଉତ୍ସବ ଅନୁଷ୍ଠିତ ହୋଇଥିଲା।ବିବାହ ଉତ୍ସବରେ ୨୫ଜଣଙ୍କ ପରିବର୍ତ୍ତେ ଶତାଧିକ ଲୋକ ସାମିଲ ହୋଇଥିଲେ।ବାଜାବାଣ ଫୁଟାଇ ଶତାଧିକ ବରଯାତ୍ରୀ ଦଳ ବେଫିକର ଭାବେ ଶୋଭାଯାତ୍ରା କରିଥିଲେ।ଏହି ବରଯାତ୍ରୀ ଦଳରେ କେତେକ ହାଇପ୍ରୋଫାଇଲ ବ୍ୟକ୍ତି ଓ ପ୍ରଶାସନିକ ଅଧିକାରୀ ସାମିଲ ଥିବା ଦେଖିବାକୁ ମିଳିଥିଲା।ଏଥିରେ ଯାଜପୁର ଜିଲ୍ଲା ସୁକିନ୍ଦା ତହସିଲଦାର ବିଭିନ୍ନ ଭାବଭଙ୍ଗିରେ ଖୋଲମଖୋଲା ନୃତ୍ୟ କରୁଥିବା ଦେଖିବାକୁ ମିଳିଥିଲା।କେତେକ ପ୍ରଶାସନିକ ପଦପଦବୀରେ ଥିବା ବ୍ୟକ୍ତିମାନଙ୍କ ସହ ସୁକିନ୍ଦା ତହସିଲଦାର କରୋନା କଟକଣା ନିୟମର ଧଜିଆ ଉଡାଇ ନୃତ୍ୟ କରୁଥିବା ଭିଡିଓ ଭାଇରାଲ ହୋଇଛି।ସାମାଜିକ ଦୁରତା, ମାକ୍ସ ପରିଧାନ କଥାକୁ ପଛରେ ପକାଇ କନ୍ୟା ଘର ଆଗରେ କରୋନା କଟକଣାକୁ ଫୁ କରି ଧୂମଧାମରେ ନାଚଗୀତରେ ମସଗୁଲ ଥିବା ଦେଖିବାକୁ ମିଳିଥିଲା।ଜଗନ୍ନାଥପୁର ବଜାର ଠାରୁ ବରଯାତ୍ରୀ ଦଳ ପାଖାପାଖି ଗୋଟିଏ କିଲୋମିଟର ପର୍ଯ୍ୟନ୍ତ ବାଜାବାଣ, ଡିଜେ ବଜାଇ ଶୋଭାଯାତ୍ରା କରିବା ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚା ହୋଇଥିଲା।ଖବର ପାଇ ତିର୍ତ୍ତୋଲ ପୋଲିସର ଏକ ଟିମ ଘଟଣାସ୍ଥଳରେ ପହଞ୍ଚି ଥିଲେ।ମାତ୍ର କୌଣସି ଏକ ଅଦୃଶ୍ୟ ଚାପରେ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ନନେଇ ଫେରିଆସିଥିବା ଚର୍ଚ୍ଚା ହୋଇଛି।ସାଧାରଣ ଲୋକ ନିୟମ ଭାଙ୍ଗିଲେ ରାସ୍ତାଘାଟରେ ପୋଲିସ ମାଡମାରି ଗାଳିଗୁଲଜ କରି ଜୋରିମାନା ଫାଇନ କରୁଥିବା ବେଳେ ବେଆଇନ ବିବାହ ଉତ୍ସବରେ ପୋଲିସ ଚୁପ ରହିଲା କାହିଁକି?ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ସାଧାରଣରେ ଦାବି ହେଉଛି ।ଜଗତସିଂହପୁରରୁ ଦୁର୍ଯ୍ୟୋଧନ ମହାରଣାଙ୍କ ରିପୋର୍ଟ ସଙ୍ଘର୍ଷ ନିଉଜ୍।