ଗଜପତି(ସଂଘର୍ଷ ମିଡିଆ) : – -ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ୍ ଠାରେ ଜିଲ୍ଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା 2024 ଦ୍ୱିତୀୟ ଦିନରେ ଆୟୋଜିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଅନୁପ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ସୁରେଶ ପଟ୍ଟନାୟକ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏ ରାମ ପ୍ରସାଦ ପାତ୍ର, ଗୁମ୍ମା ବ୍ଳକ ଗୋଷ୍ଠୀ କୃଷି ଅଧିକାରୀ ନାରାୟଣ ଚାନ୍ଦ ପ୍ରମୁଖ ମଞ୍ଚାସିନ ଥିଲେ I ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଏ ରାମ ପ୍ରସାଦ ପ୍ରଦାନ କରିଥିଲେ।ଏହି କୃଷି ମେଳାରେ ବିଭିନ୍ନ ବ୍ଳକର ଚାଷୀ ଭାଇ ଭଉଣୀମାନେ ଉପସ୍ଥିତ ଥିଲେ। ଜିଲ୍ଲାର ଚାଷୀ ଓ ମହିଳା ସ୍ୱୟଂ ସହାୟିକା ଗୋଷ୍ଠକୁ ରିହାତି ମୂଲ୍ୟରେ ଯନ୍ତ୍ରପାତି ଯୋଗାଇ ଦେବାର ବ୍ୟବସ୍ଥା କରାଯାଇଛି। ଏହି ଯନ୍ତ୍ରପାତି ମେଳାର ମୁଖ୍ୟ ଲକ୍ଷ୍ୟ ହେଲା ଜିଲ୍ଲାର ଚାଷୀଙ୍କ ଉତ୍ପାଦନ କ୍ଷେତ୍ରରେ କମ୍ ସମୟରେ କେମିତି ଅଧିକ ରୁ ଅଧିକ ଫସଲ ଉତ୍ପାଦନ କରିପାରିବେ ଓ ରାଜ୍ୟ ସରକାର ଚାଷୀଙ୍କ ଉନ୍ନତିର ବିକାଶ ନିମନ୍ତେ କୃଷି ଯାନ୍ତ୍ରିକ ମେଳା କରାଯାଉଛି। ଯନ୍ତ୍ରପାତି ଗୁଡିକ ରିହାତି ଓ ବିକ୍ରୟ ବ୍ୟବସ୍ଥା, ବ୍ୟାଙ୍କ ସହାୟତା କେନ୍ଦ୍ର ମାଧ୍ୟମରେ କୃଷି ଯନ୍ତ୍ରପାତି ପାଇଁ ଋଣର ବ୍ୟବସ୍ଥା ରହିଛି।ଶେଷରେ ଗୁମ୍ମା ବ୍ଳକ ଗୋଷ୍ଠୀ କୃଷି ଅଧିକାରୀ ନାରାୟଣ ଚାନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ। ଗଜପତିରୁ ବିବେକାନନ୍ଦ ବେହେରା ।