ଜିଲ୍ଲା ସ୍ତରୀୟ ପ୍ରବାସୀ ଭାରତୀୟ ଦିବସ ପାଳିତ

17

Get real time updates directly on you device, subscribe now.

ଗଜପତି(ସଂଘର୍ଷ ମିଡିଆ) : – ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟର ସଭାଗୃହ ଠାରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଜିଲ୍ଲା ସ୍ତରୀୟ 18 ତମ ପ୍ରବାସୀ ଭାରତୀୟ ଦିବସ ପାଳନ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ପ୍ରଥମେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରିଥିଲେ। ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଡକ୍ଟର ଗୁଣନିଧି ନାୟକମୁଖ୍ୟ ବକ୍ତା ଭାବେ ଯୋଗ ଦେଇଥିଲେ।ସମ୍ମାନୀତ ଅତିଥି ଭାବେ ପାରଳା ବିଧାୟକ ଇଂ ରୂପେଶ ପାଣିଗ୍ରାହୀ,ସଭାପତି ଜିଲ୍ଲା ଶିକ୍ଷା ଅଧିକାରୀ ଡକ୍ଟର ମାୟାଧର ସାହୁ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଲେମାନ ରାଇକା, ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ମୋନାଲିସା ଦାସ,ଅଷ୍ଟ୍ରେଲିଆ ନିବାସୀ ସନ୍ତୋଷ ପାଣିଗ୍ରାହୀ,ଭର୍ଜେନୀୟାର ପ୍ରଫେସର ରୋଶନ ନାୟକ, ଭଗବତ ପାଢ଼ୀ ପ୍ରମୁଖ ମଞ୍ଚାସିନ ଥିଲେ।ଅତିଥି ମାନଙ୍କୁ ପୁଷ୍ପଗୁଚ୍ଛ ଓ ଉପଢୌକନ ଦେଇ ସ୍ୱାଗତ କରାଯାଇଥିଲା।ମୁଖ୍ୟ ଅତିଥିଙ୍କ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରାଯାଇଥିଲା।ମଞ୍ଚାସିନ ଅତିଥି ମାନେ ନିଜର ଅନୁଭୂତି ବ୍ୟକ୍ତ କରିବା ସହିତ ଏହି ଦିବସର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ଉପରେ ବିଶୃତ ଆଲୋଚନା କରିଥିଲେ।ବିଭିନ୍ନ ସ୍କୁଲ ଓ କଲେଜ ସ୍ତରରେ ବକୃତା, କୁଇଜ ପ୍ରଭୃତି ପ୍ରତିଯୋଗିତାମାନ ହୋଇଥିଲା।ଏହି ପ୍ରତିଯୋଗିତାରେ କୃତି ହୋଇ ଥିବା ଛାତ୍ର ଛାତ୍ରୀମାନଙ୍କୁ ପୁରସ୍କାର ଓ ସାର୍ଟିଫିକେଟ ପ୍ରଦାନ କରାଯାଇଥିଲା।ଛାତ୍ର ଛାତ୍ରୀଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଥିଲା।ଶେଷରେ ସୁଲତା ପ୍ରିୟଦର୍ଶନି ମଞ୍ଚ ପରିଚାଳନା କରିବା ସହିତ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ଗଜପତିରୁ ବିବେକାନନ୍ଦ ବେହେରା ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More