ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ

50

Get real time updates directly on you device, subscribe now.

ପୁରୀ ( ସଂଘର୍ଷ ମିଡିଆ ) : ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭଣ୍ତାର ମେକାପ ଓ ସିଂହାରୀ ସେବାୟତଙ୍କ ସହ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୂଖ୍ୟ ପ୍ରଶାସକ ସମର୍ଥ ବର୍ମାଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି। ଗତ ନାଗାର୍ଜୁନ ବେଶ ଓ ପୌଷପୂର୍ଣ୍ଣିମା ଅବସରରେ ସୁନାବେଶ ସମୟରେ ଏହି ଦୁଇ ସେବାୟତ ନିଯୋଗ ମଧ୍ୟରେ ହୋଇଥିଲା ବିବାଦ। ଆଗକୁ ଦୋଳପୂର୍ଣ୍ଣିମା ଥିବାରୁ ଏହି ବିବାଦର ସମାଧାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଗତକାଲି ଛତିଶା ନିଯୋଗ ବୈଠକରେ ଜିଲ୍ଲାପାଳଙ୍କୁ ଦେଇଥିଲେ ଦାୟିତ୍ବ। ବୈଠକରେ ଶ୍ରୀମନ୍ଦିର ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକ, ଦୁଇ ସେବାୟତ ନିଯୋଗର ସଭାପତି, ସମ୍ପାଦକ ଉପସ୍ଥିତ ଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More