ସମ୍ଭାବ୍ୟ ସାମୁଦ୍ରିକ ବାତ୍ୟା ୟାସର ପ୍ରଭାବ ଯୋଗୁଁ ଜଗତସିଂହପୁର ଜିଲ୍ଲା ପ୍ରଶାସନର ତଳିଆ ଅଂଚଳର ଲୋକଙ୍କୁ ସ୍ଥାନାନ୍ତର
ଜଗତସିଂହପୁର (ସଂଘର୍ଷ ମିଡିଆ ) : ବଙ୍ଗୋପସାଗର ରେ ସୃଷ୍ଟି ହୋଇଥିବା ବାତ୍ୟା ୟାସ ଜଗତସିଂହପୁର ଜିଲ୍ଲାରେ ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବା ଦିନ ତମାମ ବର୍ଷା ଲାଗି ରହିଥିବାବେଳେ ଜିଲା ପ୍ରଶାସନ ପକ୍ଷରୁ ସ୍ଥାନାନ୍ତର ପ୍ରକ୍ରିୟା ମଧ୍ୟ ଜୋରଦାର କରାଯାଇଥିଲା। ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି।ତେଣୁ ଜଗତସିଂହପୁର ଜିଲା ପ୍ରଶାସନ ତରଫରୁ ସ୍ଥାନାନ୍ତରିତ ଲୋକମାନଙ୍କୁ ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି।ଜଗତସିଂହପୁରରୁ ଦୁର୍ଯ୍ୟୋଧନ ମହାରଣାଙ୍କ ରିପୋର୍ଟ ସଙ୍ଘର୍ଷ ନିଉଜ୍।