ଅକ୍ଟୋବର ୩ରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଓଡ଼ିଶା ବନ୍ଦ ଡାକରା

81

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ଅକ୍ଟୋବର ୩ରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଓଡ଼ିଶା ବନ୍ଦ ଡାକରା। ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ତୁରନ୍ତ ଚାରିଦ୍ବାର ଖୋଲାଯିବା ସହ ଶ୍ରୀମନ୍ଦିର ରତ୍ନଭଣ୍ଡାରର ସୁରକ୍ଷା ଦାବି କରି ଅକ୍ଟୋବର ୩ ତାରିଖରେ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। କାଳିଆ ଠାକୁର ଏବଂ ତାଙ୍କ ଭକ୍ତଙ୍କ ପାଇଁ ଗୋଟିଏ ଦିନ ଅଖଚକ ବନ୍ଦ କରାଯିବ ବୋଲି ଶ୍ରୀଜଗନ୍ନାଥ ସେନା‌ର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି। ତେବେ ଶାନ୍ତିପୂର୍ଣ୍ଣ ଭାବେ ଓଡ଼ିଶା ବନ୍ଦ କରାଯିବ ବୋଲି କହିଛନ୍ତି ପ୍ରିୟଦର୍ଶନ। ଆଗାମୀ ରଥଯାତ୍ରା ପୂର୍ବରୁ ରତ୍ନଭଣ୍ଡାର ଖୋଲିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତିକୁ ବିରୋଧ କରିଛି ସେନା। ତେବେ କେବଳ ସିଂହଦ୍ଵାର ଦେଇ ପୁରୀ ବାହାରର ଭକ୍ତମାନଙ୍କୁ ଶ୍ରୀମନ୍ଦିରରେ ପ୍ରବେଶ ନେଇ ଅନୁମତି ଦିଆଯାଉଥିବାରୁ ହଜାର ହଜାର ଭକ୍ତ ଖରା ବର୍ଷାରେ ଦୀର୍ଘ ସମୟ ଧରି ଧାଡ଼ିରେ ଅପେକ୍ଷା କରୁଛନ୍ତି। ତେଣୁ ଚାରିଦ୍ବାରରେ ଭକ୍ତଙ୍କୁ ପ୍ରବେଶ ପାଇଁ ଅନୁମତି ଦିଆଗଲେ ଏହି ସମସ୍ୟାର ସମାଧାନ ହେବା ସହ ଭକ୍ତମାନେ ଆନନ୍ଦରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ବୋଲି ଶ୍ରୀଜଗନ୍ନାଥ ସେନା‌ର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ କହିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More