ଆଖୁଆପଦାଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ

18

Get real time updates directly on you device, subscribe now.

ଭଦ୍ରକ(ସଂଘର୍ଷ ମିଡିଆ) : – ଫୁଲିବାରେ ଲାଗିଛି ବୈତରଣୀ । ଆଖୁଆପଦାଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ବୈତରଣୀ ନଦୀର ଜଲସ୍ତର । ଆଖୁଆପଦା ଆନିକଟ ଠାରେ ବିପଦ ସଂକେତ 17.83 ଥିବା ବେଳେ, ଆଜି ଦିନ ଗୋଟାଏ ସୁଦ୍ଧା ତାହା  17.92 ରେ ବନ୍ୟାଜଳ ପ୍ରବାହିତ ହେଉଛି। ଯାହାକୁ ନେଇ ଭଦ୍ରକର ଭଣ୍ଡାରିପୋଖରୀ ବ୍ଲକ ଓ ଧାମନଗର ବ୍ଲକର ତଳିଆ ଅଞ୍ଚଳର ଲୋକମାନେ ଭୟଭୀତ ହୋଇ ପଡିଥିବା ଦେଖିବାକୁ ମିଳିଛି । ଜଳସ୍ତର ବୃଦ୍ଧି ପାଉଥିବା ଯୋଗୁଁ ସରକାରଙ୍କ ତରଫରୁ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଦୁର୍ବଳ ନଦୀ ବନ୍ଧ ଉପରେ ପ୍ରଶାସନ ପକ୍ଷରୁ ନଜର ରଖିବା ସହ ବାଲିବସ୍ତା ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More