ଆଜି ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି, ପିତୃ ପକ୍ଷ ଆରମ୍ଭ

52

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ଆଜି ଆଶ୍ୱିନ ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି । ଆଜିଠାରୁ ଆରମ୍ଭ ହୋଇଛି ପିତୃ ପକ୍ଷ । ସେଥିପାଇଁ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ତୀର୍ଥ ପୁଷ୍କରିଣୀ ସମେତ ଶ୍ରୀମନ୍ଦିର ଚତୁରପାର୍ଶରେ ଓ ସମୁଦ୍ର ବେଳାଭୂମିରେ ଲାଗିଛି ଶ୍ରଦ୍ଧାଳୁ ଭିଡ। ହଜାର ହଜାର ଶ୍ରଦ୍ଧାଳୁ ନିଜ ନିଜ ପିତୃପୁରୁଷଙ୍କ ଉଦେଶ୍ୟରେ ତର୍ପଣ ଓ ପିଣ୍ଡଦାନ କରିଛନ୍ତି ।ଦୀର୍ଘ ପନ୍ଦରଦିନ ଧରି ପିତୃପୁରୁଷ ମାନଙ୍କ ଉଦ୍ୟେଶ୍ୟରେ ତର୍ପଣ କରାଯିବାର ବିଧିରହିଥିବା ବେଳେ ଆସନ୍ତା ମହାଳୟା ଅମାବାସ୍ୟା ପର୍ଯ୍ୟନ୍ତ ପିତୃପକ୍ଷ ଚାଲୁରହିବ । ପୁର୍ବରୁ ଶ୍ରୀମନ୍ଦିର ବାଇଶିପାହାଚରରେ ପିଣ୍ଡଦାନ ତିଳତର୍ପଣ କରୁଥିଲେ ଶ୍ରଦ୍ଧାଳୁ। ମାତ୍ର କିଛିବର୍ଷ ହେବ ପ୍ରଶାସନ ଏହାକୁ ରୋକ ଲଗାଇଛି। ଫଳରେ ଶ୍ରୀମନ୍ଦିର ବାହାରେ ଉତ୍ତର ଦ୍ଵାର ମେଘନାଦ ପାଚେରୀ ଠାରେ ବସି ଶ୍ରଦ୍ଧାଳୁ ମାନେ ତିଳତର୍ପଣ କରିଆସୁଛନ୍ତି। ପୁରୀ ରେ ମାର୍କଣ୍ଡେୟ ପୁଷ୍କରିଣୀ ସମେତ ନରେନ୍ଦ୍ର ଶ୍ୱେତଗଙ୍ଗା,ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ତିଳତର୍ପଣ କରାଯାଉଛି। ଶ୍ରୀମନ୍ଦିର ନିକଟରେ ତିଳତର୍ପଣ କଲେ ପିତୃପୁରୁଷ ସନ୍ତୁଷ୍ଟ ହୋଇଥାନ୍ତି ବୋଲି ବିଶ୍ୱାସ ରହିଛି। , ହିନ୍ଦୁ ଧାର୍ମିକ ପରମ୍ପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ। ଏହି ଅବସରରେ ପିତୃ ପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ। ଏହାଦ୍ୱାରା ପୁଣ୍ୟ ଲାଭ ଏବଂ ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହେଉଥିବା ବିଶ୍ୱାସ କରାଯାଏ। ଆଶ୍ୱିନ ମାସର ପ୍ରଥମ ପକ୍ଷକୁ “ପିତୃପକ୍ଷ” କୁହାଯାଏ। ଏହି ପକ୍ଷର ଅମାବାସ୍ୟା “ମହାଳୟା ଅମାବାସ୍ୟା” ନାମରେ ପାଳିତ ହୁଏ। ପିତୃଗଣଙ୍କ ଉଦ୍ଦେଶ୍ୟରେ ଦାନ ଓ ଉତ୍ସର୍ଗ ଆଦି ପାଳନ କରାଯାଉଥିବାରୁ ଏହାକୁ “ପିତୃପର୍ବ” ମଧ୍ୟ କୁହାଯାଏ। ଆଶ୍ୱିନ ମାସ କୃଷ୍ଣ ପକ୍ଷ ପ୍ରତିପଦାଠାରୁ ଅମାବସ୍ୟା ପର୍ଯ୍ୟନ୍ତ ପନ୍ଦର ଦିନ ଯାଏଁ ପିତୃପକ୍ଷ ପାଳନ କରାଯାଏ। ତେବେ ଚତୁର୍ଦ୍ଦଶୀ ଯାଏଁ ତର୍ପଣ କଲାପରେ ଅମାବସ୍ୟା ଦିନ ପିଣ୍ଡଦାନ କରାଯାଏ। ହିନ୍ଦୁ ଧାର୍ମିକ ପରମ୍ପରାରେ ପିତୃପୁରୁଷଙ୍କ ପାଇଁ ପାଳନ କରାଯାଉଥିବା ବିଭିନ୍ନ ଶ୍ରାଦ୍ଧ କର୍ମ ମଧ୍ୟରେ ମହାଳୟା ଶ୍ରେଷ୍ଠତମ। ଏହି ଅବସରରେ ପିତୃ ପକ୍ଷରେ ଯେକୌଣସି ଦିନ ନିଜର ସାଧ୍ୟ ମତେ ପିତୃପୁରୁଷଙ୍କୁ ଶ୍ରାଦ୍ଧ ଓ ବ୍ରାହ୍ମଣ ଭୋଜନ ଦିଆଯାଏ। ଏହାଦ୍ୱାରା ପୁଣ୍ୟ ଲାଭ ଏବଂ ବଂଶର ଉତ୍ତର ପିଢ଼ିର ସକଳ ଉନ୍ନତି ହେଉଥିବା ବିଶ୍ୱାସ କରାଯାଏ। ପିତୃପୁରୁଷଙ୍କୁ ସନ୍ତୁଷ୍ଟ କରିବା ଏବଂ ସେମାନଙ୍କ ଆଶୀର୍ବାଦ ପାଇବା ପାଇଁ, ଯିଏ ୧୫ ଦିନ ପର୍ଯ୍ୟନ୍ତ ଶ୍ରଦ୍ଧାରେ ରୀତିନୀତି କରନ୍ତି, ସେମାନେ ଏହି ସମୟ ମଧ୍ୟରେ କେଶ ଏବଂ ନିଶ ଦାଢି କାଟିବା ଅନୁଚିତ। କୁହାଯାଏ ଯେ, ପିତୃ ପକ୍ଷରେ କେଶ ଏବଂ ନିଶ ଦାଢି କାଟିବା ଦ୍ୱାରା ଅର୍ଥ ହାନୀ ହୋଇଥାଏ। ଏପରି ପରିସ୍ଥିତିରେ, ଯେଉଁମାନେ ପିତୃପୁରୁଷଙ୍କ ପାଇଁ ତର୍ପଣ କରନ୍ତି, ସେମାନେ ଏହାର ବିଶେଷ ଯତ୍ନ ନେବା ଉଚିତ୍। ପିତୃପକ୍ଷରେ ଘରେ ସାତ୍ୱିକ ଖାଦ୍ୟ ରହିବା ଭଲ। ରସୁଣ, ପିଆଜରେ ପ୍ରସ୍ତୁତ ଖାଦ୍ୟ ସେବନ କଲେ ପିତୃ ଦୋଷ ଲାଗିଥାଏ। ବିଶେଷକରି ଯେଉଁମାନେ ପିତୃପକ୍ଷ ଉପରେ ଦୌନିକ ତର୍ପଣ କରନ୍ତି ସେମାନେ ତମସିକ ଖାଦ୍ୟରୁ ଦୂରେଇ ରହିବା ଉଚିତ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More