ଆଜି ଶ୍ରୀମନ୍ଦିରରେ ରାଜେନ୍ଦ୍ରାଭିଷେକ ନୀତି

17

Get real time updates directly on you device, subscribe now.

,ପୁରୀ(ସଂଘର୍ଷ ମିଡିଆ) :-ଜ୍ୟେଷ୍ଠ ଶୁକ୍ଳ ଦଶମୀ ଦିନ ରାଜେନ୍ଦ୍ରଭିଷେକ ନୀତି ପାଳନ କରାଯାଇଥାଏ। ଆଜି ସନ୍ଧ୍ୟାଧୂପ ନୀତି ବଢ଼ିଲା ପରେ ଶ୍ରୀ ମଦନମୋହନ ଆଜ୍ଞା ମାଳ ପାଇ ଭୋଗ ବାଟ ଗଣେଶଙ୍କ ଠାରେ ପଡିଥିବା ଖଟ ଉପରେ ବିଜେ ହେବେ । ଏହାପରେ ଭିତର ଶୋଧ ଜୟ ବିଜୟ ଦ୍ୱାର ବାନ୍ଦ ହୋଇ ଜଗମୋହନକୁ ସମ୍ପୂର୍ଣ୍ଣ ଅନ୍ଧାର କରାଦିଆ ଯିବ। ଏହି ସମୟରେ ଗର୍ଭ ଗୃହରେ ମହାପ୍ରଭୁଙ୍କ ଆଲଟ ସେବା ହୋଇଥାଏ। ଏଥି ଉତ୍ତରାରୁ ଜଣେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମିଣୀଙ୍କ ବିବାହ ପ୍ରସ୍ତାବ ଜଣାଇବେ ଓ ସ୍ୱୟଂ ପ୍ରଭୁ ରାଜେନ୍ଦ୍ରଭିଷେକ ହେବା ନିମନ୍ତେ କହିବେ। ଶ୍ରୀ ମଦନମୋହନ ମହାଜନମାନଙ୍କ ହସ୍ତରେ ବିଜେ ପୂର୍ବକ ବଟ ମୂଳ ଥିବା ଏକ ସୁସଜିତ ରଥରେ ଆରୋହଣ କରିଥାନ୍ତି। ଘଣ୍ଟ , ଛତା , କାହାଳି ବାଜି ବିମାନବଡୁମାନେ ଉକ୍ତ ରଥକୁ ବଡ଼ ଦେଉଳର ବେଢା଼ ପରିକ୍ରମା କରି ପୁନଶ୍ଚ ବଟ ମୂଳେ ରଖିଥାନ୍ତି। ଏହି ସମୟରେ ପାଳିଆ ଖୁଣ୍ଟିଆ , ଗରାବଡୁ ସେବକ ଉପସ୍ଥିତ ରହିଥାନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More