ଆଜି ଶ୍ରୀ ମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀ ଜୀଉଙ୍କ ବନକଲାଗି ନୀତି

48

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ଆଜି ମାର୍ଗଶୀର-କୃଷ୍ଣ ଦ୍ୱିତୀୟା ତିଥି। ଶ୍ରୀ ମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଅପରାହ୍ନ ୫.୦୦ ଟା ରୁ ରାତ୍ର୯.୦୦ ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଏହି ସୁଚନା ଦିଆଯାଇଛି।ବନକ ଲାଗି ନୀତି ରେ ମହାପ୍ରଭୁ ଙ୍କ ଶ୍ରୀମୁଖ ଶୃଙ୍ଗାର ହୋଇ ଥାଏ। ପରମ୍ପରା ଅନୁଯାୟୀ ବୁଧବାର ଅବା ଗୁରୁବାର ଦିନ ମହାପ୍ରଭୁ ଙ୍କ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର୍ ମାନଙ୍କର ଶ୍ରୀମୁଖସିଂହାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ପ୍ରାୟ ଚାରି ଘଣ୍ଟା ସମୟ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ଏମାନଙ୍କ କାମ ହେଲା ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ। । ବଜାରରେ ମିଳୁଥିବା ରଙ୍ଗ ବନକଲାଗିରେ ବ୍ୟବହାର ହୁଏ ନାହିଁ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More