ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ଅନୁଷ୍ଠିତ

34

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା। ଆଜି ଶ୍ରୀ ମନ୍ଦିରରେ ମହାପ୍ରଭୁଙ୍କ ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି । ଏହା ସୁନାବେଶର ଅନୁରୂପ ବେଶ । ଏହି ଦୁର୍ଲ୍ଲଭ ବେଶ ଦର୍ଶନ ପାଇଁ ଶ୍ରୀ ମନ୍ଦିରକୁ ଲକ୍ଷ ଲକ୍ଷ ଭକ୍ତଙ୍କ ଆଗମନ ହୋଇଚି।ମହାପ୍ରଭୁଙ୍କ ରାଜ ରଜେଶ୍ୱର ବେସଦର୍ଶନ କରି ଭକ୍ତ ବେଶ ଆନନ୍ଦିତ ହୋଇଛନ୍ତି। ଅତୀତରେ ଓଡ଼ିଶାର ବହୁ ରାଜା , ଜମିଦାର ଓ ସାମନ୍ତ ବର୍ଗ ଶ୍ରୀମନ୍ଦିରକୁ ଆଗମନ ପୂର୍ବକ ଶ୍ରୀବିଗ୍ରହମାନଙ୍କର ଏହି ରାଜ ବେଶ ଦର୍ଶନରେ ପରମ ସନ୍ତୋଷ ଲାଭ କରିବା ସଙ୍ଗେ ସଙ୍ଗେ ଠାକୁରମାନଙ୍କର ଉଦ୍ଦେଶ୍ୟରେ ନାନାଦି ରତ୍ନ ଅଳଙ୍କାର ଦାନ କରୁଥିଲେ । ମୟୁରଭଞ୍ଜର ରାଜା ଓ ପାରଳାଖେମୁଣ୍ଡି ରାଜ୍ୟର ଗଜପତିମାନେ କାର୍ତ୍ତିକ ପୂର୍ଣ୍ଣିମା ଦିନ ଠାକୁରମାନଙ୍କ ରାଜରାଜେଶ୍ୱର ବେଶ ଦର୍ଶନ କରି ମହାପ୍ରଭୁଙ୍କୁ ସୁନିଆ ଭେଟିଦେଇ ମହୋତ୍ସବ କରାଉଥିବା ଜଣାଯାଏ । ଉତ୍କଳର ରାଜା ସାମନ୍ତରାଜାଙ୍କ ପକ୍ଷେ ଏହି ବେଶ ଅତ୍ୟନ୍ତ ପବିତ୍ର ଓ ଦର୍ଶନୀୟ ଥିଲା । ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଶ୍ରୀଜୀଉମାନଙ୍କୁ ରାଜବେଶରେ ସଜାଇଥାନ୍ତି । ଏହି ବେଶରେ ଠାକୁରମାନେ ଶ୍ରୀଭୁଜ, କିରୀଟ, ଶ୍ରୀପୟର, ଓଡ଼ିଆଣୀ, ଚନ୍ଦ୍ରସୂର୍ଯ୍ୟ, କୁଣ୍ଡଳ, ଚିତା, ଚନ୍ଦ୍ରିକା, ଶଙ୍ଖ, ଚକ୍ର, ହଳ, ମୂଷଳ, ତ୍ରିଶାଖା, ଅଳକା, ତଡ଼ଗି, ଶ୍ରୀମୁଖ ପଦ୍ମ, ଘାଗଡ଼ା ମାଳି, କଦମ୍ବ ମାଳି, ହରିଡ଼ା କଦମ୍ବ ମାଳି, ବାହାଡ଼ା ମାଳି, ତାବିଜ ମାଳି, ବାଘନଖି ମାଳି ଓ ସେବତୀମାଳି ଆଦି ରତ୍ନ ଅଳଙ୍କାର ଧାରଣ କରିଥାନ୍ତି । ଏହି ବେଶରେ ଗୋପାଳ ବଲ୍ଲଭ, ସକାଳଧୁପ ଓ ଭୋଗମଣ୍ଡପ ଆଦି ନୀତି ଶେଷହେବା ପରେ ସର୍ବସାଧାରଣଙ୍କ ଉଦ୍ଦେଶ୍ୟରେ ଦର୍ଶନ ଆରଂଭ ହୋଇଥାଏ। ‌ ତେବେ କାର୍ତ୍ତିକ ପୁର୍ଣିମା ଥିବାରୁ ଗତକାଲି ମହାପ୍ରଭୁଙ୍କ ରାତ୍ର ପହୁଡ଼ ହେବ ନସି। ସାରା ରାତି ମହାପ୍ରଭୁଙ୍କୁ ଦର୍ଶନ କରିବାର ସୁଯୋଗ ପାଇଛନ୍ତି ଭକ୍ତ। ଭକ୍ତ ମାନେ ଶୃଙ୍ଖଳିତ ଭାବେ ଦର୍ଶନ ପାଇଁ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ଭକ୍ତଙ୍କୁ ଅନୁରୋଧ କରଯାଇଛି। ପବିତ୍ର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଶ୍ରୀ ମନ୍ଦିରକୁ ଆସୁଛନ୍ତି। ଏଣୁ ଶ୍ରୀ ମନ୍ଦିରରେ ପ୍ରବଳ ଭିଡ ପରିଲକ୍ଷିତ ହେଉଛି। ତେବେ ମହାପ୍ରଭୁଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ କେବଳ ବାହାର କାଠ ନିକଟରେ ଦର୍ଶନ ବ୍ୟବସ୍ଥା ହେଇଛି। ନିତି ସହ ଧୁପ ନିତୀ ରହିଚି। ଭିତର କାଠ ଦର୍ଶନ ପାଇଁ ଭକ୍ତଙ୍କୁ ଛଡ଼ା ଗଲେ ମହାପ୍ରଭୁଙ୍କ ନିତିରେ ବିଲମ୍ବ ହେବା ସହ ଭକ୍ତଙ୍କ ଦର୍ଶନ ନେଇ ସମସ୍ୟା ଉପୁଜିବ। ଏଣୁ ଶୃଙ୍ଖଳିତ ଦର୍ଶନ ପାଇଁ ବାହାର କାଠ ନିକଟ ରେ ଦର୍ଶନ ବ୍ୟବସ୍ଥା ହୋଇଚି। ଭକ୍ତଙ୍କ ସୁବିଧା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାରିକେଡ଼, ଟଏଲେଟ୍, ପାନୀୟ ଜଳ ବ୍ୟବସ୍ଥା, ବିଶ୍ରାମ ସ୍ଥଳୀ ନିର୍ମାଣ ହୋଇଚି । ବୟସ୍କ, ଦିବ୍ୟାଙ୍ଗ ଭକ୍ତ ମାନଂକୁ ସହାୟତା ପାଇଁ ସ୍ବେଛାସେବୀଙ୍କୁ ମୁତୟନ କରଯାଇଛି।ମହାପ୍ରଭୁଙ୍କ ନିତି କିଭଳି ଶୃଙ୍ଖଳିତ ହୋଇ ପାରିବ ଶ୍ରୀ ମନ୍ଦିର ପ୍ରଶାସନ ଅଧିକାରି ଓ ସେବାୟତଙ୍କ ମିଳିତ ଉଦ୍ୟମ ରେ ସବୁ କାର୍ଯ୍ୟ କରାଯାଉଛି ବୋଲି ଶ୍ରୀ ମନ୍ଦିର ମୁଖ୍ୟ ପ୍ରଶାସକ କହିଚନ୍ତି। ସେପଟେ ପଂଚୁକରେ ଶ୍ରୀ ମନ୍ଦିରକୁ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖାଯାଇ ବ୍ୟପାକ ବ୍ୟବସ୍ଥା ହୋଇଥିବା ପୋଲିସ୍ ପକ୍ଷରୁ ସୁଚନା ଦେଇଛନ୍ତି। ଭକ୍ତଙ୍କ ମତାମତ ନିଆଯାଇ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରାଯାଇଚି। ଭକ୍ତଙ୍କ ସହାୟତା ପାଇଁ ପୁରୀ ପୋଲିସ ପକ୍ଷରୁ ହୋଇଥବା ସ୍ଵେଚ୍ଛାସେବୀ ବାହିନୀ ଯୁବ ବାହିନୀକୁ କାର୍ଯ୍ୟ ରେ ଲଗାଯାଇଛି। ତେବେ କାର୍ତ୍ତିକ ପୁର୍ଣିମା ପାଇଁ ପ୍ରବଳ ଭକ୍ତଙ୍କ ସମାଗମ ଆଶଙ୍କା ରହିଛି। ଏଣୁ ବାରିକେଡକୁ ବଡ ଦାଣ୍ଡର ମାର୍କେଟ ଛକ ଯାଏ ବର୍ଦ୍ଧିତ କରାଯାଇଚି। ଟ୍ରାଫିକ ସୁପରିଚାଳନା ପାଇଁ ସ୍ଵତନ୍ତ୍ର ଯୋଜନା ରହିଛି। ଏଥି ପାଇଁ ସ୍ଵତନ୍ତ୍ର ଭାବେ ଅଫିସର ମାନଂକୁ ମୁତୟନ କରାଯାଇଛି। ସମୁଦ୍ର କୂଳକୁ ରେ ପର୍ଯ୍ୟଟକଙ୍କ ଭିଡ଼ ଅଧିକ ରହୁଥିବାରୁ ଟ୍ରାଫିକ ରେଗୁଲେଶନ, ସହ ସୁରକ୍ଷା ପାଇଁ ପାଟ୍ରୋଲିଂ ହେଉଛି। ପୁରୀକୁ ଆସିଥିବା ଭକ୍ତ, ପର୍ଯ୍ୟଟକଙ୍କ ଯାତାୟତ ସହ ସୁରକ୍ଷା ପାଇଁ ପୁରୀ ପୋଲିସ ସମ୍ପୂର୍ଣ ପ୍ରସ୍ତୁତ ରହିଚି । ତେବେ ସମୁଦ୍ର କୁଳରେ ଲକ୍ଷାଧିକ ଭକ୍ତଙ୍କ ଭିଡ ଦୃଷ୍ଟିରୁ ରାସ୍ତାରେ ଗାଡ଼ି ପାର୍କିଂ ପାଇଁ ଅନୁମତି ଦିଆଯିବ ନାହିଁ। ନିର୍ଦ୍ଦିଷ୍ଟ ପାର୍କିଂରେ ଲୋକ ମାନେ ଗାଡି ରଖିବେ। ଅତ୍ୟଧିକ ଲୋକ ମାନେ ଜମା ହେଲେ ଲୋକଙ୍କୁ କିଭଳି ନିୟନ୍ତ୍ରଣ କରିବେ ସେ ନେଇ ପୋଲିସ ଟିମ୍ ରହିବ। ଅଗ୍ନୀସମ୍ ବାହିନୀ ମଧ୍ୟ ରହିବ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More