ଆନ୍ତଃର୍ଜାତୀୟ ଭିନ୍ନକ୍ଷମ ଦିବସ ପାଳିତ

38

Get real time updates directly on you device, subscribe now.

ଗଜପତି(ସଂଘର୍ଷ ମିଡିଆ) : – – ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ହାଇସ୍କୁଲ ଛକ ନିକଟରୁ ଏକ ରାଲି ବାହାରି ଥିଲା।ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ପରେ ବିଜୁକଲ୍ୟାଣ ମଣ୍ଡପ ଠାରେ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ 2024 ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ବୈଠକର ଶୁଭାରମ୍ଭ କରିଥିଲେ।ସମ୍ମାନିତ ଅତିଥି ଭାବେ ସମର୍ଥର ସମ୍ପାଦକ ସନ୍ତୋଷ ମହାରଣା, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡକ୍ଟର ଏମ୍ ଏମ୍ ଅଲ୍ଲି, ଉପ ଜିଲ୍ଲାପାଳ ଅନୁପ ପଣ୍ଡା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସନ୍ତୋଷ କୁମାର ନାୟକ,ମୁଖ୍ୟବକ୍ତା ଭାବେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ଡକ୍ଟର ଗୁଣନିଧି ନାୟକ ପ୍ରମୁଖ ମଞ୍ଚାସିନ ଥିଲେ ଗଜପତି କଳା ପରିଷଦ ପକ୍ଷରୁ ପ୍ରାରମ୍ଭିକ ସଙ୍ଗୀତ ଗାନ କରାଯାଇଥିଲା। ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଉତ୍ସର୍ଗୀତା ବଡ଼ରଇତ ଅତିଥି ପରିଚୟ,ସ୍ୱାଗତ ଭାଷଣ ଓ ବିବରଣୀ ପଠନ ପ୍ରଦାନ କରିଥିଲେ।ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ବିତରଣ ଓ ଭିନ୍ନକ୍ଷମ ହିତାଧିକାରୀଙ୍କୁ ସାମାଜିକ ସୁରକ୍ଷା ସହାୟତା ପ୍ରଦାନ କରାଯାଇଥିଲା। ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।ଶେଷରେ ନୂଆଗଡ଼ ବ୍ଳକର ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଆନନ୍ଦ ରାଓ ଗଣ୍ଟି ଧନ୍ୟବାଦ ଅର୍ପଣ କରିଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More