ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, : ପୁରୀରେ ସୁରକ୍ଷା ବ୍ୟବସ୍ଥା କଡାକଡ଼ି

23

Get real time updates directly on you device, subscribe now.

ପୁରୀ ( ସଂଘର୍ଷ ମିଡିଆ ) : ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀକ୍ଷେତ୍ର ପୁରୀରେ ଆସନ୍ତାକାଲି ହେବାକୁ ଥିବା ଶ୍ରୀଜୀଉଙ୍କ ସ୍ନାନଯାତ୍ରା ଲାଗି ଜୋରଦାର ପ୍ରସ୍ତୁତି ହେବା ସହ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବୁଧବାର ଠାରୁ ପୁରୀ ବଡ଼ାଦାଣ୍ଡରେ ୧୪୪ ଧାରା ଜାରି କରାଯାଇଥିବା ବେଳେ ଆଜି ରାତି ୧୦ଟାରେ ପୁରୀ ସହରର ବିଭିନ୍ନ ସ୍ଥାନରେ ୧୪୪ ଧାରା ଜାରି କରାଯିବ। ଏନେଇ ଅତିରିକ୍ତ ପୁଲିସ ଡିଜି ସୌମେନ୍ଦ୍ର ପ୍ରିୟଦର୍ଶିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବରିଷ୍ଠ ପୋଲିସ ଅଧିକାରୀମାନେ ସୁରକ୍ଷା ବ୍ୟବସ୍ଥାକୁ ଅନୁଧ୍ୟାନ କରିଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ବ ସମେତ ସହରର ବିଭିନ୍ନ ସ୍ଥାନରେ ୩୮ ପ୍ଲାଟୁନ୍‍ ପୁଲିସ ଫୋର୍ସ ମୂତୟନ କରାଯାଇଛି। କେନ୍ଦ୍ରାଞ୍ଚଳ ଡିଆଇଜି ଆଶୀଷ ସିଂହ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More