ଆସନ୍ତା ଜୁନ୍ ୧୪ ତାରିଖରେ ହେବ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା

29

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ ) : ଆସନ୍ତା ଜୁନ୍ ୧୪ ତାରିଖରେ ହେବ ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସ୍ନାନ ମଣ୍ଡପରେ ତିନିଘଣ୍ଟା ଧରି ସର୍ବ ସାଧାରଣ ମହାପ୍ରଭୁଙ୍କ ଦୁର୍ଲଭ ହାତୀବେଶ ଦର୍ଶନ କରିପାରିବେ। ତେବେ କେହି ବିଗ୍ରହଙ୍କୁ ସ୍ପର୍ଶ କରିପାରିବେ ନାହିଁ। ଦେବସ୍ନାନ ପୂର୍ଣ୍ଣିମା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ନୀତି ସବକମିଟିର ନୀତି ନିର୍ଘଣ୍ଟ ଓ ବ୍ୟବସ୍ଥାବଳୀକୁ ଛତିଶା ନିଯୋଗ ଅନୁମୋଦନ ଦେଇଛି। ତେବେ ଜଳଲାଗି ଓ ହାତୀବେଶକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ସମସ୍ତ ସେବାୟତ ନିଯୋଗକୁ ପରାମର୍ଶ ଦିଆଯାଇଛି। ପୁରୀ ବଡ଼ଦାଣ୍ଡ ସ୍ଥିତ ନିଳାଦ୍ରୀ ଭକ୍ତ ନିବାସ ଠାରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କ ଅଧ୍ୟକ୍ଷତାରେ ପ୍ରଥମେ ନୀତି ସବକମିଟି ପରେ ଛତିଶା ନିଯୋଗ ବୈଠକ ବସିଥିଲା। ବୈଠକରେ ଆସନ୍ତା ୧୪ ତାରିଖରେ ହେବାକୁ ଥିବା ସ୍ନାନ ପୂର୍ଣ୍ଣିମାର ନୀତି ନିର୍ଘଣ୍ଟ ହୋଇଛି। ମଙ୍ଗଳାର୍ପଣ, ଡୋର ଲାଗି ଓ ପୁଷ୍ପାଞ୍ଜଳି ପରେ ପହଣ୍ଡି ଆରମ୍ଭ ହେବ। ଏଥର ଭକ୍ତଙ୍କ ଗହଣରେ ଦେବସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବାକୁ ଯାଉଥିବାରୁ ଅଧିକ ଦ୍ବିଗୁଣା ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି। ଜୁନ୍ ୧୪ରେ ଭୋର ୪ଟାରେ ପହଣ୍ଡି ଆରମ୍ଭ ହୋଇ ୬ଟାରେ ଶେଷ ହେବ। ସକାଳ ୯.୩୦ରୁ ୧୧.୩୦ ମଧ୍ୟରେ ଜଳ ବିଜେ ଓ ପୂଜା ହୋଇ ୧୨.୧୫ ରେ ଛେରା ପହଁରା ଓ ୧୨.୩୦ରୁ ୨.୩୦ ମଧ୍ୟରେ ହାତୀବେଶ ଶେଷ କରାଯିବ। ସକାଳେ ପରିମାଣିକ ଟିକେଟ ଦର୍ଶନ କରାଯିବ। ଭକ୍ତ ମାନେ ବଡ଼ଦାଣ୍ଡରୁ ଜଳଲାଗି ଓ ହାତୀବେଶ ପରେ ତିନି ଘଣ୍ଟା ସ୍ନାନ ମଣ୍ଡପ ଉପରେ ବେଶ ଦେଖିବାର ସୁଯୋଗ ପାଇବେ । ସ୍ନାନ ପୂର୍ଣ୍ଣିମା ଠାରୁ ନିଳାଦ୍ରୀ ବିଜେ ପର୍ଯ୍ୟନ୍ତ ନୀତି ସମ୍ପର୍କରେ ନୀତି ସବକମିଟି ବୈଠକରେ ପ୍ରଥମେ ଆଲୋଚନା କରାଯାଇଥିଲା। ସ୍ନାନ ଯାତ୍ରା ଓ ରଥଯାତ୍ରା ପାଇଁ ପ୍ରସ୍ତୁତ ହୋଇଥିବା ସ୍ବତନ୍ତ୍ର ବ୍ୟବସ୍ଥାବଳୀ ସମ୍ପର୍କରେ ଆଲୋଚନା କରାଯାଇଥିଲା। ପରେ ଏହାକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇଛି। ଦୁଇବର୍ଷ ଧରି ବିନା ଭକ୍ତରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହୋଇଥିବା ବେଳେ ଚଳିତ ବର୍ଷ କୋଭିଡ ସ୍ଥିତି ସ୍ବାଭାବିକ ଥିବାରୁ ଭକ୍ତଙ୍କ ଗହଣରେ ସ୍ନାନ ପୂର୍ଣ୍ଣିମା ଅନୁଷ୍ଠିତ ହେବ। ଏଥିପାଇଁ ନୀତିକୁ ଶୃଙ୍ଖଳିତ କରିବା ଦିଗରେ ଛତିଶା ନିଯୋଗ ବୈଠକରେ ଗୁରୁତ୍ୱ ଦିଆଯାଇଛି। ବିଶେଷ କରି ପ୍ରଭୁଙ୍କ ଜଳଲାଗିକୁ ଶୃଙ୍ଖଳିତ କରିବା ଓ ହାତୀବେଶ ଓଲାଗି ସମୟରେ ଶୃଙ୍ଖଳା ରକ୍ଷା କରିବା ପାଇଁ ସମ୍ପୃକ୍ତ ସେବାୟତମାନଙ୍କୁ ପରାମର୍ଶ ଦିଆଯାଇଛି। ସେହିପରି ଜଳଲାଗି ଓ ହାତୀବେଶ ସମୟରେ ଶ୍ରୀବିଗ୍ରହମାନଙ୍କ ସମ୍ମୁଖରେ ଯେଭଳି କୈାଣସି ସେବାୟତ ଠିଆ ହୋଇ ବାଧା ସୃଷ୍ଟି କରିବେ ନାହିଁ ଏହା ଉପରେ ମଧ୍ୟ ଗୁରୁତ୍ବ ଦିଆଯାଇଛି। ସବୁ ସେବାୟତଙ୍କ ମଧ୍ୟରେ ସମନ୍ବୟ ରକ୍ଷା କରାଯାଇ ନୀତିକୁ ଶୃଙ୍ଖଳିତ ଓ ବ୍ୟବସ୍ଥିତ କରାଯିବ ବୋଲି ସେବାୟତ କହିଛନ୍ତି। ସ୍ନାନପୂର୍ଣ୍ଣମୀ ଦିନ ସନ୍ଧ୍ୟା ୬ ଟାରୁ ରାତି ୯.୩୦ ଯାଏଁ ସର୍ବସାଧାରଣ ଦର୍ଶନ କରିବାକୁ ନୀତି ନିର୍ଘଣ୍ଟ ହୋଇଛି। ସେହିପରି ରାତି ୧୦ ଟାରେ ବାହୁଡ଼ା ପହଣ୍ଡି ଓ ରାତି ୧.୩୦ରେ ସୁନା ଚିତା ଓ ରାହୁରେଖା ମଇଲମ କରାଯିବାକୁ ନୀତି ନିର୍ଘଣ୍ଟ ହୋଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More