ଭୁବନଶ୍ଵର(ସଂଘର୍ଷ ମିଡିଆ) ; ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୨୩ ତାରିଖରେ ବାତ୍ୟା ହେବା ନେଇ ସ୍ପଷ୍ଟ କଲା ଭାରତୀୟ ପାଣିପାଗ ବିଭାଗ। ‘ଦାନା’ ନାମରେ ଏହାର ନାମକରଣ ହୋଇଥିବାବେଳେ ଏହାକୁ ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି। ୨୩ ତାରିଖରେ ସମୁଦ୍ରରେ ଘୂର୍ଣ୍ଣିବାତ୍ୟା ସୃଷ୍ଟି ହେବ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆସନ୍ତା ୨୪ ତାରିଖରେ ସ୍ଥଳଭାଗ ଛୁଇଁବ। ସ୍ଥଳଭାଗ ଛୁଇଁବା ପରେ ପବନର ବେଗ ୧୦୦ରୁ ୧୨୦ କିଲୋମିଟର ରହିବ ବୋଲି କୁହାଯାଇଛି। ତେବେ ବାତ୍ୟାର ଗତିପଥ ସ୍ଥିର ହୋଇନାହିଁ। ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସୋମବାର ଲଘୁଚାପରେ ପରିଣତ ହେବ। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟାର ଗତିପଥ ଜଣାପଡ଼ିବ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି।