ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : କାଳବୈଶାଖୀ ଯୋଗୁଁ ରାଜ୍ୟର ଅନେକ ଜିଲାରେ ତାପମାତ୍ରା ହ୍ରାସ ପାଇଛି। ଆଜି ଦୁଇଟି ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିଲା। ତେବେ କାଳବୈଶାଖୀ ଓ ଘୂର୍ଣ୍ଣିଝଡ଼ରୁ ନିସ୍ତାର ମିଳିବ ନାହିଁ। ଆସନ୍ତା ୨୪ ତାରିଖ ପର୍ୟ୍ୟନ୍ତ ବିଭିନ୍ନ ଜିଲାରେ କାଳବୈଶାଖୀ ହେବ। ଏହି ସମୟରେ କୁଆପଥର ବୃଷ୍ଟି ସହ ଘଣ୍ଟାପ୍ରତି ୫୦ କିମି ବେଗରେ ପବନ ବହିବ। ବିଜୁଳି ଓ ଘଡ଼ଘଡ଼ି ଆଶଙ୍କା ଥିବାରୁ ୧୭ରୁ ଅଧିକ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୨୧ ତାରିଖରେ ଏସବୁ ଜିଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ (ପ୍ରସ୍ତୁତ ରୁହ) ଜାରି କରାଯାଇଛି।