ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ଆସନ୍ତା ୯ ତାରିଖ ରବିବାର ପଶ୍ଚିମ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉପକୂଳବର୍ତୀ ଜିଲ୍ଲା ଗୁଡିକର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକର ଅନେକ ସ୍ଥାନରେ ବର୍ଷାର ସମ୍ମାବନା ରହିଛି।