ଭୁବନେଶ୍ୱର(ସଂଘର୍ଷ ମିଡିଆ ) : : ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଖରା ସହ ଗ୍ରୀଷ୍ମ ପ୍ରବାହ। ପୁଣି ଗ୍ରୀଷ୍ମ ପ୍ରବାହ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ସତର୍କ ସୂଚନା ଜାରି କରାଯାଇଛି। ଆହୁରି ୫ ଦିନ ଗ୍ରୀଷ୍ମ ପ୍ରବାହ ହେବା ସହ ତାତିରୁ ନିସ୍ତାର ମିଳିବ ନାହିଁ। ଉତ୍ତର ଆଭ୍ୟନ୍ତରୀଣ ଓ ଉପକୂଳବର୍ତ୍ତୀ ଜିଲା ପାଇଁ ସତର୍କତା ଜାରି କରାଯାଇଛି। ଦିନ ତାପମାତ୍ରା ସ୍ୱାଭାବିକ ଠାରୁ ଅଧିକ ରହିବା ସମ୍ଭାବନା ରହିଛି। ରାଜ୍ୟରେ ଗରମ କାରଣରୁ ଜନ ଜୀବନ ଅସ୍ତବ୍ୟସ୍ତ ହୋଇ ପଡିଛି।