ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ଓ ୧୯ ତାରିଖ ଦୁଇ ଦିନ ଧରି ରାଜ୍ୟରେ ପ୍ରବଳ ବର୍ଷା ହେବ। ୧୮ ତାରିଖ ଦିନ ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଏବଂ ୧୯ ତାରିଖ ଦିନ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି।