ଓଡିଆ ଭାଷା ବିକାଶ ମଞ୍ଚ ତରଫରୁ ଗାନ୍ଧୀ ଜୟନ୍ତୀ ପାଳିତ

18

Get real time updates directly on you device, subscribe now.

ରାଉରକେଲା(ସଂଘର୍ଷ ମିଡିଆ) : ରାଉରକେଲା ସହରର ପ୍ରଗତିଶୀଳ ସାହିତ୍ୟନୁଷ୍ଠାନ ଓଡିଆ ଭାଷା ବିକାଶ ମଞ୍ଚ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ କରାଯାଇଛି । ମଂଚର ସଂପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସଭାପତି ତଥା ଶିକ୍ଷାବିତ ପ୍ରଶାନ୍ତ କୁମାର ପତି ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାତ୍ମା ଗାନ୍ଧୀ ଓ ଲାଲବାହାଦୁର ଶାସ୍ତ୍ରୀଙ୍କ ତ୍ୟାଗପୂତ ଜୀବନୀ ଓ ଅହିଁସା ସଂପର୍କରେ ଆଲୋଚନା କରିଥିଲେ । ଅନ୍ୟତମ ଅତିଥି ଡଃ ସୁମନ ଦତ୍ତ, ସାମାଜିକ କର୍ମୀ ପଶୁପତିନାଥ ଚାଟାର୍ଜୀ ସ୍ବାଧୀନତା ସଂଗ୍ରାମ ରେ ଏହି ମହାମନିଷୀ ଦ୍ବୟଙ୍କ ଅବଦାନ ସଂପର୍କରେ ଆଲୋଚନା କରିଥିଲେ ।ଅନ୍ୟମାନଙ୍କ ମଧ୍ୟରେ ସର୍ବଶ୍ରୀ ଡାକ୍ତର ବସନ୍ତ କୁମାର ଦାସ, ନାଟ୍ଯକାର ପ୍ରଫୁଲ୍ଲ ସାମଲ ଓ କବି କୁଞ୍ଜବିହାରୀ ରାଉତ ପ୍ରମୁଖ ଉପସ୍ଥିତ ଥିଲେ । ପ୍ରାରମ୍ଭରେ ସମସ୍ତ ସଭ୍ୟ ସିଭିକ ସେଣ୍ଟର୍ ଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More